www.samajalive.in
Sunday, December 14, 2025
26.1 C
Bhubaneswar

ଅଜଣା ଟ୍ରକ୍ ଧକ୍କାରେ ଦୁଇ ବାଇକ ଆରୋହୀ ଗୁରୁତର 

ପାଟଣା : କେନ୍ଦୁଝର ଜିଲା ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଭାରତ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଅଜଣା ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଦ୍ବୟ ନିକଟସ୍ଥ ବଡମସିଣାବିଲା ଗ୍ରାମର ରତିକାନ୍ତ ନାଏକ ଓ ପ୍ରକାଶ ନାଏକ  ବୋଲି ଜଣାପଡିଛି। ଉଭୟ ଏକ ନୂଆ ବାଇକ ଯୋଗେ ଢେଙ୍କିକୋଟ ବଜାରରୁ ନିଜ ଗ୍ରାମକୁ ଫେରୁଥିବା ସମୟରେ ଭାରତ ପେଟ୍ରୋଲ ପମ୍ପ ନିକଟରେ ତାଙ୍କ ବାଇକକୁ ଏକ ଅଜଣା ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରୁ ତାଙ୍କୁ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଉଦବେଗଜନକ ରହିଥିବାରୁ ସେଠାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣା ସ୍ଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories