www.samajalive.in
Friday, December 12, 2025
14.1 C
Bhubaneswar

ଅଜଣା ଟ୍ରକ୍ ଧକ୍କାରେ ଦୁଇ ବାଇକ ଆରୋହୀ ଗୁରୁତର 

ପାଟଣା : କେନ୍ଦୁଝର ଜିଲା ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଭାରତ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଅଜଣା ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଦ୍ବୟ ନିକଟସ୍ଥ ବଡମସିଣାବିଲା ଗ୍ରାମର ରତିକାନ୍ତ ନାଏକ ଓ ପ୍ରକାଶ ନାଏକ  ବୋଲି ଜଣାପଡିଛି। ଉଭୟ ଏକ ନୂଆ ବାଇକ ଯୋଗେ ଢେଙ୍କିକୋଟ ବଜାରରୁ ନିଜ ଗ୍ରାମକୁ ଫେରୁଥିବା ସମୟରେ ଭାରତ ପେଟ୍ରୋଲ ପମ୍ପ ନିକଟରେ ତାଙ୍କ ବାଇକକୁ ଏକ ଅଜଣା ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରୁ ତାଙ୍କୁ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଉଦବେଗଜନକ ରହିଥିବାରୁ ସେଠାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣା ସ୍ଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories