www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକରେ ପିଟିହେଲା ବସ୍, ୪ ମୃତ

ଭୁବନେଶ୍ବର : ନୂଆପଡା ଜିଲ୍ଲା ସିନାପାଲିରୁ ହାଇଦ୍ରାବାଦ ଯାଉଥିବା ଏକ ଘରୋଇ ବସ ତେଲେଙ୍ଗାନାର ସୂର୍ଯ୍ୟାପେଟ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଡ୍ରାଇଭର ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ରହିଛନ୍ତି । କିଛି ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସିନାପାଲ୍ଲୀରୁ ହାଇଦ୍ରାବାଦକୁ ଯାଉଥିବା ଗୁପ୍ତା ଟ୍ରାଭେଲସ ନାମକ ଘରୋଇ ବସଟି ପ୍ରାୟ ୩୨ ଜଣ ଯାତ୍ରୀଙ୍କୁ ନେଇ ହାଇଦ୍ରାବାଦ ଯାଉଥିଲା । ହେଲେ ଘନ କୁହୁଡ଼ି ଯୋଗୁଁ ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଟ୍ରକ ପଛରେ ବସଟି ପିଟି ହୋଇଥିଲା ।  ଯାତ୍ରୀଙ୍କ ମଧ୍ୟରେ ଅଧିକାଂଶ ଶ୍ରମିକ ରହିଥିବା ଜଣାପଡିଛି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories