www.samajalive.in
Sunday, December 7, 2025
18.1 C
Bhubaneswar

ଟ୍ରକ- କାର ଧକ୍କା, ୨ ଆହତ

ସମ୍ବଲପୁର : ସ୍ଥାନୀୟ ଯୁଯୁମୁରା ତହସିଲ କାର୍ଯ୍ୟାଳୟ ସମ୍ମୁଖ ଦେଇ ଯାଇଥିବା ଜାତୀୟ ରାଜପଥରେ ବୁଧବାର ଦିନ ସମୟରେ ଏକ କୋଇଲା ବୋଝେଇ ଟ୍ରକ ଓ କାର ମଧ୍ୟରେ ଧକ୍କା ହେବାରୁ ୨ ଜଣ ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସମ୍ବଲପୁର ପଟରୁ ରେଢ଼ାଖୋଲ ଯାଉଥିବା କାର ସହିତ ଅପରପଟରୁ ଆସୁଥିବା କୋଇଲା ବୋଝେଇ ଟ୍ରକର ଧକ୍କା ହୋଇଥିଲା । ଫଳରେ କାରଟି ରାସ୍ତା ତଳକୁ ଖସି ଯାଇଥିବାବେଳେ ଟ୍ରକଟି ମଧ୍ୟ ରାସ୍ତା କଡରେ ଦୁର୍ଘଟଣାର ଶିକାର ହୋଇଥିଲା । କାରରେ ଥିବା ଚାଳକ ସମ୍ବଲପୁର ନିବାସୀ ବିବେକ ବିନ୍ଦଲ ଓ ଧୀରଜ ପରମାର ସାମାନ୍ୟ ଆହତ ହୋଇଥିଲେ । ଦୁର୍ଘଟଣା ପରେ ଟ୍ରକ ଚାଳକ ଫେରାର ମାରିଥିବା ବେଳେ ଆହତ ମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ତୁରନ୍ତ ଡାକ୍ତରଖାନାକୁ ନେଇଥିଲେ । ପୁଲିସ ଉଭୟ ଗାଡିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ବୌଦ୍ଧରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି , ଜନଜୀବନ ଅସ୍ତବ୍ୟସ୍ତ

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories