www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା: ୩ ମୃତ, ୪ ଗୁରୁତର

ନୂଆଦିଲ୍ଲୀ: ଦିଲ୍ଲୀ ବଦରପୁର ଫ୍ଲାଏଓଭରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଏବଂ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି। ସମସ୍ତେ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଫରିଦାବଦକୁ ଯାଇଥିଲେ। ଶନିବାର ବିଳମ୍ବିତ ରାତିରେ କାରଟି ଦ୍ରୃତ ଗତିରେ ଆସୁଥିବାବେଳେ ଭାରସାମ୍ୟ ହରାଇ ଡିଭାଇଡରେ ପିଟି ହୋଇ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ପରେ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories