www.samajalive.in
Saturday, December 6, 2025
15.1 C
Bhubaneswar

ଓଲଟିଲା ମଦ ବୋଝେଇ ଟ୍ରକ: ଚାପି ହୋଇ ଜଣେ ମୃତ, ଡ୍ରାଇଭର ଆହତ

ପାରାଦୀପ: ମଦ ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଏଥିରେ ଚାପି ହୋଇଯାଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ଜଣାପଡ଼ିଛି। କୁଜଙ୍ଗ ବଜାର ନିକଟରେ ମଦ ବୋଝେଇ ଟ୍ରକଟି ଓଲଟି ପଡ଼ିଥିବା ସୂଚନା ମିଳିଛି।

ମଦ ବୋଝେଇ ଟ୍ରକଟି ପାରାଦୀପ ଯାଉଥିଲା ଏବଂ କୁଜଙ୍ଗ ବଜାର ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭର ଆହତ ହୋଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକରେ ଚାପି ହୋଇ ରହିଥିବା ବ୍ୟକ୍ତିଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ଆହତ ଡ୍ରାଇଭରଙ୍କୁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories