www.samajalive.in
Saturday, December 6, 2025
26.1 C
Bhubaneswar

ବସ-ଟ୍ରକ ମୁହାଁମୁହିଁ ଧକ୍କା: ଡ୍ରାଇଭର ମୃତ, ୧୨ ଯାତ୍ରୀ ଆହତ

ଭବାନୀପାଟଣା: କଳାହାଣ୍ଡି – ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ଶନିବାର ଏକ ବସ ଓ ଟ୍ରକ୍ ମୁହାମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୨ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ନାମକ ଘରୋଇ ବସ ଭବାନୀପାଟଣାରୁ ଜୟପୁର ଯାଉଥିଲା। ଆମପାଣି ଘାଟି ଖଡକା ବୁଲାଣିରେ ବସ ସହିତ ଏକ ମାଲ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହେଇଥିଲା। ଫଳରେ ଟ୍ରକ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଖବରପାଇ ଘଟଣା ସ୍ଥଳରେ ମୈଦଲପୁର ପୁଲିସ ଓ କଳାହାଣ୍ଡି ଜିଲ୍ଲା କୋକସରାରୁ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ମୈଦଲପୁର ଓ ପାପଡାହାଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ମୃତ ଡ୍ରାଇଭର ଏବଂ ଆହତ ଯାତ୍ରୀମାନଙ୍କ ପରିଚୟ ମିଳିପାରି ନାହିଁ। ଦୁର୍ଘଟଣା ପରେ ଦୀର୍ଘ ସମୟ ଧରି ଘାଟିରେ ଯାତାୟାତ ବାଧା ପ୍ରାପ୍ତ ହେଇଥିଲା।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories