www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରକ-ବାଇକ୍ ଧକ୍କା, ୨ ମୃତ

ଭଦ୍ରକ : ଭଦ୍ରକ ୧୬ ନଂ ଜାତୀୟ ରାଜପଥ ଧାମନଗର ଥାନା ବିଷ୍ଣୁପୁର ଛକ ନିକଟରେ ଟ୍ରକ ଓ ବାଇକ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରତିବାଦରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ରାସ୍ତାରୋକ କରାଯାଇଛି। ମୃତ ଦୁଇ ଜଣ ହେଲେ ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧୀନସ୍ଥ ଜଳ ମଣ୍ଡୁଆ ପଞ୍ଚାୟତ ତାଳପଦା ଗାଁର ଦିପ୍ତି ରଞ୍ଜନ ଧଳ ଓ ଭଦ୍ରକ ଗ୍ରାମାଞ୍ଚଳ ଥାନା ରଙ୍ଗରାଜପୁର ଗାଁର ପ୍ରଶାନ୍ତ ସ୍ୱାଇଁ। ଏହି ଦୁଇ ଜଣ ଗୋଟିଏ ମୋଟର ସାଇକେଲରେ ବାରିକପୁରରୁ କାର୍ଯ୍ୟ ସାରି ନିଜ ଘରକୁ ଫେରୁଥିବାବେଳେ ବିଷ୍ଣୁପୁର ଛକ ନିକଟରେ ୱାନ ୱେରେ ଗୋଟିଏ ଟ୍ରକ୍ ସେମାନଙ୍କୁ ଆଗ ପଟୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଛି। ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିବାରୁ ଜାତୀୟ ରାଜପଥରେ ଶହ ଶହ ଟ୍ରକ୍ ବସ୍ ଅଟକି ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଉତ୍ୟକ୍ତ ଲୋକଙ୍କ ସହିତ ଆଲୋଚନା କରିଛନ୍ତି। ତେବେ ଜାତୀୟ ରାଜପଥ କାର୍ଯ୍ୟ ଚାଲୁଥିବା ଯୋଗୁଁ ୱାନ ୱେରେ ଗାଡ଼ି ଚାଲୁଥିବାରୁ ଏଭଳି ଦୁର୍ଘଟଣା ବାରମ୍ବାର ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories