www.samajalive.in
Saturday, December 6, 2025
26.1 C
Bhubaneswar

ବସ୍‌କୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରେଙ୍ଗାଲିକ୍ୟାମ୍ପ: ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥର ଦେବାହାଲ ଛକରେ ଏକ ଯାତ୍ରୀବାହୀ ବସ୍‌କୁ ଏକ ବୁଲେଟ ବୋଝେଇ ଟ୍ରକ ଧକ୍କା ଦେଇଛି। ତେବେ ଏଥିରେ ମୃତାହତ ନେଇ କୌଣସି ସୂଚନା ନାହିଁ। ଧକ୍କା ଦେଇଥିବା ଟ୍ରକ ବରଗଡରୁ ସମ୍ବଲପୁର ପଟକୁ ଆସୁଥିଲା। ଅତାବିରା ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଦୁର୍ଘଟଣାରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ରାସ୍ତାରେ ସଡକ ଦୁର୍ଘଟଣା ନିତି ଦିନିଆ ଘଟଣା ହୋଇଗଲାଣି। ରାସ୍ତା ନିର୍ମାଣକାରୀ ସଂସ୍ଥା ଆସୋକା ୱିଲକାନର ଅସମ୍ପୂର୍ଣ୍ଣ ରାସ୍ତା କାମ ଯୋଗୁଁ ସଡ଼କ ଦୁର୍ଘଟଣା ଥମୁନି। ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ଏହି ସଂସ୍ଥା କାମକୁ ସଂପୂର୍ଣ୍ଣ କରୁନାହିଁ। ତେଣୁ ଜଣ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories