କଟକ: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ କରୁଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପିସିଆରକୁ ଏକ ଟ୍ରକ ଚାପିଦେବା ଫଳରେ ଘଟଣାସ୍ଥଳରେ ୨ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଜଣେ ପୁଲିସ କର୍ମଚାରୀ ଗୁରୁତର ହୋଇଛନ୍ତି।
ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂବେଳେ କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପୁଲିସ ପିସିଆରକୁ ଏକ ଟ୍ରକ ଚାପିଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଓଏପିଏଫ୍ ଯବାନଙ୍କ ସହ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଗୁରୁତର ଜଣେ ପୁଲିସ କର୍ମଚାରୀଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଟ୍ରକ ଡ୍ରାଇଭରକୁ ଅଟକ ରଖି ପୁଲିସ ଛାନଭିନ୍ ଚଳାଇଛି।



