www.samajalive.in
Saturday, December 6, 2025
16.1 C
Bhubaneswar

ଘାଟି ତଳକୁ ଖସିଲା ଟ୍ରକ୍: ଡ୍ରାଇଭର ମୃତ

ଗଞ୍ଜାମ : ତପ୍ତପାଣି ଘାଟିରେ ପୁଣି ଅଘଟଣ। ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସିପଡିଛି । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ଆଜି ସକାଳେ ଏକ ମାଲବାହୀ ଟ୍ରକ୍ ଗଜପତିରୁ ବ୍ରହ୍ମପୁରକୁ ଯାଉଥିଲା। ହଠାତ୍ ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସି ପଡିଥିଲା। ଫଳରେ ଘଟଣାସ୍ଥଳରେ ଟ୍ରକ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିଲା। ମୃତକ ନୟାଗଡ ଜିଲ୍ଲା ସରପଡାର ସୁରେଶ କୁମାର ଗୁରୁ ବୋଲି ଜଣାପଡିଛି। ପରେ ପାଟପୁର ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories