www.samajalive.in
Saturday, December 6, 2025
14.1 C
Bhubaneswar

ସିରିଜ୍ ଦୁର୍ଘଟଣା: ଯୁବକଙ୍କୁ ଧକ୍କା ଦେଇ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ୨୦ନଂ ଜାତୀୟ ରାଜପଥ ଦୁରପଦା ଛକ ନିକଟରେ ସିରିଜ୍ ଦୁର୍ଘଟଣା। ରାସ୍ତା ପାର୍ ହେଉଥିବା ଜଣେ ଯୁବକଙ୍କୁ ଧକ୍କା ଦେଇ ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଟ୍ରକ୍। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ମାନେ ତାପସ ନାୟକ, ଲାଲମୋହନ ବେହେରା ବୋଲି ଜଣାପଡିଛି। ସୋମବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ରାସ୍ତା ପାର୍ ହେଉଥିବାବେଳେ ଏକ ଟ୍ରକ ଧକ୍କା ଦେଇଥିଲା। ପରେ ଟ୍ରକଟି କିଛି ବାଟ ଯିବା ପରେ ଏକ ବାଇକ୍ ଆରୋହୀଙ୍କ ଉପରେ ମାଡିଯାଇଥିଲା। ଦୁର୍ଘଟଣା ଘଟିବା ପରେ ବାଇକଟିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories