www.samajalive.in
Friday, December 12, 2025
15.1 C
Bhubaneswar

ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦୀ, ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ : ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପଦ ସମ୍ଭାଳିବା ପରେ ଅନେକ ନୂଆ ନିଷ୍ପତ୍ତି ନେଉଛନ୍ତି । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ରମ୍ପଙ୍କ ସହ ଆଲୋଚନା କରିଛନ୍ତି । ପିଏମ୍ ମୋଦୀ ଟ୍ରମ୍ପଙ୍କ ସହ ଫୋନରେ କଥା ହୋଇ ତାଙ୍କ ଦ୍ବିତୀୟ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । କହିରଖୁଛୁ ପିଏମ୍ ମୋଦୀ ଓ ଡୋନାଲ୍ଡ ଟ୍ରମ୍ପଙ୍କ ବନ୍ଧୁତା ଅନେକ ଖାସ୍ ଅବସରରେ ନଜର ଆସିସାରିଛି । ଡୋନାଲ୍ଡ ଟ୍ରମ୍ପ ୨୦ ଜାନୁୟାରୀରେ ଆମେରିକାର ୪୭ତମ ରାଷ୍ଟ୍ରପତି ରୂପେ ଶପଥ ନେଇଥିଲେ । ଶପଥ ଗ୍ରହଣ ଉତ୍ସବରେ ଭାରତୀୟ ବ୍ୟବସାୟୀ ମୁକେଶ ଅମ୍ବାନୀ ଓ ତାଙ୍କ ପତ୍ନୀ ନୀତା ଅମ୍ବାନୀଙ୍କ ସମେତ ବିଶ୍ବର ଅନେକ ବଡ ହସ୍ତୀ ସାମିଲ ହୋଇଥିଲେ । ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଭାରତର ପ୍ରତିନିଧିତ୍ବ କରିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories