www.samajalive.in
Sunday, December 14, 2025
23.1 C
Bhubaneswar

ଓଡ଼ିଶା ପାଇଁ ଐତିହାସିକ ଦିନ, ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଶାରେ ବିକାଶ ତ୍ବରାନ୍ବିତ ହେବ-ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହୋଇଥିବା ଓଡ଼ିଶାର ନବ ନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଶପଥ ଗ୍ରହଣ ଉତ୍ସବ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ  ଓଡ଼ିଶାରେ ବିଜେପି ସରକାର ଗଠନ କରିଛି। ଓଡ଼ିଶା ପାଇଁ ଏହା ଐତିହାସିକ ଦିନ । ଓଡ଼ିଆ ଭାଇଭଉଣୀଙ୍କ ଆଶୀର୍ବାଦରୁ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ କରିବାରେ ସଫଳ ହୋଇଛି। ଓଡ଼ିଶାର ନବ ନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେଇ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲି। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଶାରେ ବିକାଶ ତ୍ବରାନ୍ବିତ ହେବ। ଏହି ନୂଆ ଟିମ ଓଡ଼ିଶାର ବିକାଶ କରିବ, ଜନସାଧାରଣଙ୍କ ଜୀବନଧାରଣ ମାନକୁ ଆଗକୁ ନେବ  ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରିଛନ୍ତି।

- Advertisement -

ଓଡ଼ିଶାରେ ନିର୍ବାଚନ ପ୍ରଚାରବେଳେ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ ହେବେ ଏବଂ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ରକ୍ଷା କରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ ଉତ୍ସବର ୨ ଘଣ୍ଟା ପୂର୍ବରୁ ଓଡ଼ିଶାରେ ପହଞ୍ଚିଥିଲେ। ବିମାନମନ୍ଦରରୁ ସେ ସିଧା ରାଜଭବନ ଯାଇଥିଲେ ଏବଂ ସେଠାରୁ ଜନତା ମଇଦାନକୁ ଆସିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିଥିଲେ। ଏହାପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ କ୍ୟାବିନେଟ ଓ ରାଷ୍ଟ୍ରମନ୍ତ୍ରୀମାନେ ଶପଥ ଗ୍ରହଣ କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ, ଜର୍ମାନୀ...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories