www.samajalive.in
Friday, December 5, 2025
26.1 C
Bhubaneswar

ମଙ୍ଗଳବାର ରାଶିଫଳ: ପରମ ସୌଭାଗ୍ୟଶାଳୀ ହେବେ ଏହି ରାଶି

ମେଷ: ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧନ ଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

- Advertisement -

ମିଥୁନ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ଧାର୍ମିକ ପ୍ରବୃତ୍ତିର ହେବେ। ମଧୁର କଥାରେ ପରକୁ ଆପଣାର କରିବେ।

କର୍କଟ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।tuesday horoscope,

ସିଂହ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ଔଷଧ ବ୍ୟବସାୟରୁ ଭଲ ଲାଭ ହେବ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

ତୁଳା: ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଆଜି ସତର୍କରେ ଚଳିବେ।

ବିଛା: ଜଣେ ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ନିଜର ସ୍ବକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ନିଜ ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃବନ୍ଧନ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା ପରାୟଣ ମନୋବୃତ୍ତିର ହେବେ।

ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀସମ୍ପନ୍ନ ହେବେ।

କୁମ୍ଭ: ଉଦାରଚେତା ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ମୀନ: ଆସ୍ତିକ ହେବେ। ମନପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories