www.samajalive.in
Sunday, December 7, 2025
18.1 C
Bhubaneswar

ମଙ୍ଗଳବାର ରାଶିଫଳ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ

ମେଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରି ଲୋକପ୍ରିୟତା ଅର୍ଜନ କରିପାରନ୍ତି। ବିବାଦୀୟ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ।

ବୃଷ: ଆର୍ଥିକ ସ୍ଥିତିରେ ମାନ୍ଦାବସ୍ଥା ଲାଗି ରହିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବାକୁ ପଡ଼ିବ। ଜଳଯାତ୍ରା ମନା। ସତର୍କରେ ଚଳିବାକୁ ପଡ଼ିବ।

- Advertisement -

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ। ବହୁ ସୁଖକର ଘଟଣାମାନ ଘଟିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇ ଆନନ୍ଦ ଲାଭ କରିବେ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ।

କର୍କଟ: ଭାଇମାନଙ୍କଠାରୁ ସହଯୋଗ ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ସମାଜସେବୀ ହେବେ।

ସିଂହ: ଦେବ ଆରାଧନାରେ ମଗ୍ନ ରହିପାରନ୍ତି। ପାରିବାରିକ ଜୀବନ ପ୍ରେମପୂର୍ଣ୍ଣ ହେବ। କର୍ମଠ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ବିଶେଷ କରି ବାଣିଜ୍ୟ କାରବାରରୁ ଧନରତ୍ନରେ ଭଣ୍ଡାର ପରିପୂର୍ଣ୍ଣ କରିପାରନ୍ତି।

କନ୍ୟା: ପରିଶ୍ରମ ଯେତେ କଷ୍ଟସାଧ୍ୟ ହେଉ ନା କାହିଁକି; ତା’ର ମୂଲ୍ୟ ମିଳିବ। ବାସଗୃହ ପ୍ରଦୂଷଣମୁକ୍ତ ରହିବ। କୃଷି କ୍ଷେତକୁ ତ୍ବାରାନ୍ବିତ କରିପାରନ୍ତି। ଯାନବାହନ ସୁଖ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବ।

ତୁଳା: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନରେ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହେବେ। ସକଳ ଗୁଣଯୁକ୍ତ, ସୁଖୀ ଓ ଶାସ୍ତ୍ରାନୁରକ୍ତ ହେବେ।

ବିଛା: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିମାନ୍‌ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଅତିସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ, ପ୍ରଫୁଲ୍ଲ ମୁଖ ଓ ରୂପବାନ୍‌ ହେବେ।

ଧୁନ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: ବିବାଦୀୟ ବିତର୍କରେ ଭାଗ ନ ନନେଇ ନିରବ ଦର୍ଶକ ସାଜି ପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ମଧୁର ବାକ୍ୟ ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କୁମ୍ଭ: ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ପ୍ରତି କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି।

ମୀନ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିିତିରେ ସ୍ବଚ୍ଛଳତା ଦେଖାଦେବ। ବିବାଦୀୟ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିଜୟୀ ହେବେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories