www.samajalive.in
Monday, December 15, 2025
14.1 C
Bhubaneswar

ମଙ୍ଗଳବାର ରାଶିଫଳ ୨୦.୦୭.୨୦୨୧

ମେଷ: ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ମନରେ ଈର୍ଷାଭାବ ଜାତ ହୋଇପାରେ। ସ୍ବାଭିମାନୀ ହେବେ। ଯଶସ୍ବୀ ହେବେ। ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କତା ଅବଲମ୍ବନ କରିବେ।
ବୃଷ: ଆମୋଦ, ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ମିଥୁନ: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।
ସିଂହ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ। ଦଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କନ୍ୟା: ମନୋବଳ ଦୃଢ଼ ରହିବ। ପ୍ରସନ୍ନ ଭାବର ହେବେ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି।
ତୁଳା: ଭାଗ୍ୟଶାଳୀ ହେଲେ ବି କାର୍ଯ୍ୟ ପାଇଁ ନିର୍ଭରଶୀଳ ହେବାକୁ ପଡ଼ିବ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ରଙ୍କ ସହାୟତା ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମା ଘଟଣାରୁ ଧନ ଲାଭ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଉତ୍ତମ ଭୋଜନ ମଳିବ। ସୁସ୍ଥ ଓ ନିରାମୟ ରହିବେ।
ଧନୁ: ବ୍ୟୟ ଅଧିକ ଯୋଗୁଁ ମନସ୍ତାପ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ମଧୁର କଥାରେ ପରକୁ ଆପଣାର କରିବେ।
ମକର: ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। କର୍ମଚଞ୍ଚଳ ରହିବେ। ପରୋପକାରୀ ହେବେ।
କୁମ୍ଭ: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ଯଶସ୍ବୀ ହୋଇପାରନ୍ତି।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ସୁଖ-ସମୃଦ୍ଧି ଜୀବନଯାପନ କରିପାରନ୍ତି। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories