www.samajalive.in
Sunday, December 7, 2025
18.1 C
Bhubaneswar

ମଙ୍ଗଳବାର ରାଶିଫଳ (୦୮-୧୨-୨୦୨୦)

ମେଷ: ବିଚାର ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ସୁଶୀଳା ତଥା ଆଜ୍ଞାକାରିଣୀ ପତ୍ନୀଙ୍କ ଇଚ୍ଛା ପୂରଣ କରିପାରନ୍ତି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।

ବୃଷ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତ ଉପରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। ଯାନବାହନ ସୁଖ ମିଳିପାରେ।

- Advertisement -

ମିଥୁନ: ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁ ପ୍ରେମୀ ଓ ବିଦ୍ୱାନ୍‍ ହେବେ। ଉପାର୍ଜନକାରୀ ହେବେ।

କର୍କଟ: ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନାଗମ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି।

ସିଂହ: ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୈନିକମାନେ ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। ଉପାର୍ଜନର ମାତ୍ରା ବୃଦ୍ଧି ପାଇବ।

କନ୍ୟା: ଭଲ ମନ୍ଦ ମିଶ୍ରିତ ଫଳ ମିଳିବ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ତୁଳା: ପରୋପକାରୀ ହେବେ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର, ମନ୍ତ୍ର ଓ ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।

ବିଛା: ଆୟ ଆଶାନୁରୂପ ହେବ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ।

ଧନୁ: ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର: ଈର୍ଷା ପରାୟଣ ହେବାକୁ ବାଧ୍ୟ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ମନା।

କୁମ୍ଭ: ବୁଝି, ବିଚାରି କାର୍ଯ୍ୟ କଲେ ସଫଳତା ମିଳିବ। ବାଣିଜ୍ୟ କାରବାର ଉତ୍ସାହପ୍ରଦ ହେବ। ସମାଜ ସେବା ପ୍ରତି ପ୍ରତିଶ୍ରୁତିବଦ୍ଧ ହେବେ। ଶାନ୍ତ ଓ ଅସୀମ ଧୈର୍ଯ୍ୟର ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ। ପତ୍ନୀ ପତନରୁ ରକ୍ଷାକାରୀ ହେବେ।

ମୀନ: ବିଭିନ୍ନ ସ୍ତରରୁ ସହଯୋଗର ହାତ ଲମ୍ବି ଆସିବ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ କରିପାରନ୍ତି। ପତ୍ନୀଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories