www.samajalive.in
Tuesday, December 9, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୫-୧୨-୨୦୨୦)

ମେଷ: ଧୀରେ ସୁସ୍ଥେ କାର୍ଯ୍ୟଟିକୁ ପୂର୍ଣ୍ଣାଙ୍ଗ କରିପାରନ୍ତି। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦୁପଯୋଗ କରିବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ପ୍ରବଚନ ଶୁଣି ପାରନ୍ତି।

ବୃଷ: ଈଶ୍ୱର ଯାହା କରିବେ ତାହା ଆପଣଙ୍କ ମଙ୍ଗଳ ପାଇଁ। ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ଯାନବାହନ ସୁଖ ଅଛି। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା କରିବା ଅନୁଚିତ।

- Advertisement -

ମିଥୁନ: ନିର୍ଭରଶୀଳ ନ ହୋଇ ଉପୁଜିଥିବା ସମସ୍ୟାର ସମାଧାନ ବୁଦ୍ଧିବଳରେ କରିପାରନ୍ତି। ସୁଖକର ଘଟଣା ଘଟିପାରେ। ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହୋଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ କରଣୀୟ। ସୁଖାଦ୍ୟ ମିଳିବ।

କର୍କଟ: ଆଘାତପ୍ରାପ୍ତ ହୋଇ ମଧ୍ୟ ଶତ୍ରୁ ଉପରେ ବିଜୟ ହାସଲ କରିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସୁସମ୍ବାଦ ପାଇ କ୍ରୋଧ ସମ୍ବରଣ କରିପାରନ୍ତି। ଶୁଭ କାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିବେ।

ସିଂହ: କଷ୍ଟ ସାଧ୍ୟ ହେଉ ପଛେ ପଢ଼ା ପଢ଼ିରେ ମନୋନିବେଶ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନାନା ବିତ୍ତରେ ମଣ୍ଡିତ ହେବେ। ଭାଗ୍ୟଶାଳୀ ହେବେ। କୁଳ ପ୍ରଦୀପ ହୋଇପାରନ୍ତି।

କନ୍ୟା: ପରିଶ୍ରମର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ଭାଗ୍ୟବାନ ହେବେ। କୀର୍ତ୍ତିମାନ୍‍ ହୋଇପାରନ୍ତି। ସ୍ୱତ୍ବାଧିକାରୀ ହେବେ। ଆତ୍ମସନ୍ତୋଷ ଲାଭ କରିବେ।

ତୁଳା: କାର୍ଯ୍ୟ ଯେତେ କଠିନ ହେଲେ ବି ତା’ର ସୁପରିଚାଳନା କରି ସଫଳ ହେବେ। ପ୍ରଭାବଶାଳୀ ହୋଇପାରନ୍ତି। କବିତା ଲେଖି ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ କରଣୀୟ। ସରକାରୀ ଲାଭ ମିଳିବ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ଅଗ୍ରଗାମୀ ହୋଇପାରନ୍ତି। ଆଶାବାଦୀ ହେବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ନୀତିନିଷ୍ଠ ବ୍ୟକ୍ତିଭାବେ ଜନାଦୃତ ହେବେ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଦକ୍ଷତା ପ୍ରତିପାଦନ କରିବେ। ସନ୍ନାର୍ଗୀ ହେବେ।

ଧନୁ: ଯାତ୍ରା ଫଳଦାୟକ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆବନ୍ଧୁ ଜୁଟିବେ। ଚିନ୍ତାଧାରା ମହତ ହେବ।

ମକର: ଆକୁଳିତ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସାମାଜିକ ଚଳନିରେ ପ୍ରଶଂସାର ପାତ୍ର ହେବେ।

କୁମ୍ଭ: ଆୟ ଆଶାନୁରୂପ ହେବ। ସୁସମ୍ବାଦ ପାଇ ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନପ୍ରିୟ ହେବେ। ପ୍ରଶଂସାର ପାତ୍ର ହେବେ।

ମୀନ: ସୁଯୋଗର ଉପଯୋଗ କରିପାରନ୍ତି। ସୁସମ୍ବାଦ ପାଇ ପ୍ରଫୁଲ୍ଲିତ ହେବେ। କର୍ମକ୍ଷେତ୍ରରୁ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories