www.samajalive.in
Sunday, December 14, 2025
19.1 C
Bhubaneswar

ଅଭିଭାବକ ଓ ଶିକ୍ଷକ-ଶିକ୍ଷୟିତ୍ରୀ ସମ୍ମିଳନୀ

ତୁମୁଡିବନ୍ଧ : କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟ ପ୍ରାଙ୍ଗଣରେ ଅଭିଭାବକ ଓ ଶିକ୍ଷକ-ଶିକ୍ଷୟିତ୍ରୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ପ୍ରଧାନ ଶିକ୍ଷକ ପାଣୁଆ ବେହେରାଙ୍କ ତତ୍ତ୍ୱବଧାନରେ ଅନୁଷ୍ଠିତ ଏହି ସମ୍ମିଳନୀରେ ତୁମୁଡିବନ୍ଧ ବ୍ଲକ ଡବ୍ଲୁଇଓ ବୃନ୍ଦାବନ ମହାପାତ୍ର ଯୋଗଦେଇ ଅଭିଭାବକ ମାନଙ୍କୁ ପ୍ରେରଣା ଦେଇଥିଲେ ଓ ସରକାରଙ୍କ ଯୋଜନା କିଭଳି ଭାବେ ବିଦ୍ୟାଳୟରେ ପାଠପଢୁଥିବା ଛାତ୍ର ଛାତ୍ରୀ ମାନଙ୍କ ନିକଟରେ ଅତି ସହଜରେ ପହଞ୍ଚି ପାରିବ ସେ ଦିଗରେ ଉପସ୍ଥିତ ଅଭିଭାବକ ମାନଙ୍କୁ କହିଥିଲେ। ଉକ୍ତ ସମ୍ମିଳନୀରେ ତୁମୁଡିବନ୍ଧ ସିଆରସିସି ପ୍ରଭାତ କୁମାର ସାହୁ, ଅବସର ପ୍ରାପ୍ତ ଶିକ୍ଷକ ଟିଡିଙ୍ଗା ଯାନୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାଧୁ ମଲିକ, ଶିକ୍ଷକ ରଞ୍ଜିତ କୁମାର ପ୍ରଧାନ, ରମେଶ ଚନ୍ଦ୍ର ପ୍ରଧାନ,ସୁନିଲ ମଲିକ, ସୋଫିଆ ପ୍ରଧାନ ଶିକ୍ଷୟିତ୍ରୀ କଲ୍ୟାଣି ପ୍ରଧାନ, ମିନତି ପ୍ରଧାନ ଙ୍କ ସମେତ ବହୁ ଅଭିଭାବକ ଉପସ୍ଥିତ ଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories