www.samajalive.in
Monday, December 15, 2025
14.1 C
Bhubaneswar

କରାଚିରେ ପହଞ୍ଚିଲା ତୁର୍କୀ ଯୁଦ୍ଧ ଜାହାଜ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ପରଠାରୁ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଭାରତର ଆକ୍ରମଣ ଭୟରେ ଥରହର ହୋଇପଡ଼ିଛି ପାକିସ୍ତାନ। ଏଣୁ ପାକ୍‌ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ସରିଫ ସମର୍ଥନ ହାତେଇବା ଲାଗି ତୁର୍କୀ ରାଷ୍ଟ୍ରପତି ରେଚେପ ତୈୟେପ ଏର୍ଦୋଗାନଙ୍କ ଶରଣ ପଶିଛନ୍ତି। କରାଚିରେ ପହଞ୍ଚିଛି ତୁର୍କୀର ଯୁଦ୍ଧ ଜାହାଜ ‘ଟିସିଜି ବୁୟୁକାଡା’। ନିକଟରେ କିଛି ଦିନ ତଳେ ତୁର୍କୀ ଯୁଦ୍ଧ ବିମାନ ପଠାଇଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ତୁର୍କୀ ଯୁଦ୍ଧ ଜାହାଜ ପଠାଇବା ପ୍ରସଙ୍ଗ ଦୁଇ ଦେଶ ମଧ୍ୟରେ ସାମୁଦ୍ରିକ ସହଯୋଗ ବୃଦ୍ଧି ଦିଗରେ ଏକ ପଦକ୍ଷେପ ବୋଲି କୁହାଯାଉଛି। ଭାରତ ପାକିସ୍ତାନକୁ ଆତଙ୍କବାଦୀ ଆକ୍ରମଣର ଜବାବ ଦେବାକୁ ରଣନୀତି ପ୍ରସ୍ତୁତ କରୁଥିବାବେଳେ ତୁର୍କୀର ଏହି ପଦକ୍ଷେପ ଭାରତ ପାଇଁ ଗୁରୁତ୍ଵପୂର୍ଣ୍ଣ ହୋଇପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories