www.samajalive.in
Thursday, December 11, 2025
18.1 C
Bhubaneswar

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

ଶ୍ରୀକାକୁଲମ: ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହୋଇଯାଇଛି। ଫଳରେ ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ ହୋଇପଡ଼ିଥିଲେ। ଦୁର୍ଘଟଣାରେ ମୃତାହତ ନେଇ କୌଣସି ସୂଚନା ନାହିଁ।

ଯାତ୍ରୀମାନଙ୍କ କହିବା ଅନୁଯାୟୀ, ସୁମ୍ମାଦେବୀ-ମଣ୍ଡାସା ଗାଁ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।  ଫଳରେ ଯାତ୍ରୀମାନେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଟେକ୍ନିସିଆନ୍‌ମାନଙ୍କ ସହ ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୁଇ ବଗିକୁ ଟ୍ରେନ୍‌ ସହ ଯୋଡ଼ିଥିଲେ। ଏହାପରେ ଟ୍ରେନ୍‌ଟି ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାଇଥିବା ଜଣାପଡ଼ଛି। ଅପରପକ୍ଷେ ଏହି କାରଣରୁ ଏକାଧିକ ଟ୍ରେନ୍‌ ବିଳମ୍ବରେ ଚାଲୁଥିବା ଜଣାପଡ଼ିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories