www.samajalive.in
Sunday, December 7, 2025
16.1 C
Bhubaneswar

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଦୁଇ ଗିରଫ: ମାରଣାସ୍ତ୍ର ଓ ବାଇକ୍ ଜବତ

ଭୁବନେଶ୍ୱର: ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣାରେ ମଞ୍ଚେଶ୍ୱର ଥାନା ପୁଲିସ ଦୁଇ ଜଣଙ୍କୁ ଗିରଫ କରିଛି । ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର ଓ ବାଇକ୍ ମଧ୍ୟ ଜବତ କରାଯାଇଛି। ତେବେ ୪ ଜଣ ଦୁର୍ବୁତ୍ତଧୀରକୁଟି ବସ୍ତି ନିକଟରେ ଜ୍ୟୋତିରଞ୍ଜନଙ୍କୁ ଆକ୍ରମଣ କରିଥିଲେ। ଆଉ ଦୁଇ ଜଣଙ୍କୁ ଧରିବାକୁ ପୁଲିସ ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ ରବିବାର ବିଳମ୍ବିତ ରାତିରେ ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ର ବାଇକ୍ ଯୋଗେ ଭିଏସଏସ ନଗର ଦେଇ ତାଙ୍କର ଜଣେ ସାଙ୍ଗ ଘରକୁ ଫେରୁଥିବାବେଳେ ୪ଜଣ ଦୁର୍ବୁତ୍ତ ତାଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ହାଣିଥିଲେ । ଫଳରେ ତାଙ୍କ ମୁଣ୍ଡ ଏବଂ ହାତରେ ଗଭୀର ଆଘାତ ଲାଗିଥିଲା। ପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚିବା ପରେ ଦୁର୍ବୁତ୍ତମାନେ ଉକ୍ତ ସ୍ଥାନରୁ ଫେରାର୍ ହୋଇଯାଇଥିଲେ। ଘଟଣାକୁ ନେଇ ସାମ୍ବାଦିକଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଆକ୍ରମଣର କାରଣ ସଠିକ୍ ଭାବେ ଜଣାପଡିନାହିଁ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories