www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଶାରେ ଗଡ଼ିଲା ୨ଟି ‘ବନ୍ଦେ ଭାରତ’ ଏକ୍ସପ୍ରେସ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାକୁ ମିଳିଛି ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ। ବ୍ରହ୍ମପୁର ରେଳ ଷ୍ଟେସନ ଏବଂ ରାଉରକେଲା ଷ୍ଟେସନରେ ଏ ନେଇ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି।

ବ୍ରହ୍ମପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ସ୍ଥାନୀୟ ବିଧାୟକ, ସାଂସଦ ଏବଂ ଜନପ୍ରତିନିଧିମାନେ ଯୋଗଦେଇଥିଲେ। ବ୍ରହ୍ମପୁରରେ ଶୁଭାରମ୍ଭ ହୋଇଥିବା ଟ୍ରେନଟି ବ୍ରହ୍ମପୁର-ଟାଟାନଗର ପର୍ଯ୍ୟନ୍ତ ଚଳାଚଳ କରିବ। ଏଠାରେ ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ପାଇଁ ମା’ ବୁଢ଼ୀ ଠାକୁରାଣୀଙ୍କ ନିକଟରୁ ଆଜ୍ଞାମାଳ ଅଣାଯାଇଥିଲା। ଆଜ୍ଞାମାଳ ଆସିବା ପରେ ଟ୍ରେନକୁ ପୂଜାର୍ଚ୍ଚନା କରାଯାଇଥିଲା। ଏହା ପରେ ପ୍ରଧାନମନ୍ତ୍ରୀ ଏହାର ଶୁଭାରମ୍ଭ କରିବା ପରେ ଟ୍ରେନଟି ଟ୍ରାକରେ ଗଡ଼ିଥିଲା।

- Advertisement -

ସେହିପରି ଅନ୍ୟ ଏକ୍ସପ୍ରେସଟି ରାଉରକେଲାରୁ ହାଓଡ଼ା ପର୍ଯ୍ୟନ୍ତ ଚଳାଚଳ କରିବ। ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories