www.samajalive.in
Sunday, December 7, 2025
23.1 C
Bhubaneswar

ବନ୍ଧୁକ ମୁନରେ ଦୁଇ ଭାଇଙ୍କୁ ଅପହରଣ

ଗଞ୍ଜାମ : ଗଞ୍ଜାମ ଥାନା ଅଧିନସ୍ତ ପୁଇଁତୋଳା ଛକ ନିକଟରେ ଚାହା ପାନ ଦୋକାନରୁ ଦୁଇ ଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ କେହି ଦୁର୍ବୁତ୍ତ ମଉଜର ଦେଖାଇ ଉଠାଇ ନେଇ ଯାଇଛନ୍ତି। ଗୋଟିଏ ଇନୋଭା ଏବଂ ଆଉ ଗୋଟିଏ କାରରେ ପ୍ରାୟ ଚାରି ଜଣ ଯୁବକ ଦୋକାନ ପାଖରେ ପହଂଚି ପିସ୍ତଲ ଦେଖାଇ କେହି କିଛି  ବୁଝିବା ପୂର୍ବରୁ ଦୁଇ ଭାଇଙ୍କୁ ଗାଡ଼ିରେ ବସାଇ ଅପହରଣ କରି ଛତ୍ରପୁର ପଟେ ଚମ୍ପଟ ମାରିଥିଲେ। ଏନେଇ ସଙ୍ଗେ ସଙ୍ଗେ ପରିବାର ଲୋକ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ।  ହୋଇ ନାହିଁ। ଘଟଣା ସ୍ଥଳରେ ଉତେଜନା ଜାରି ରହିଛି।

ଅନ୍ୟ ପଟେ ଏହାକୁ ବିରୋଧ କରି ଅନ୍ୟ ଦୋକାନୀ ମାନେ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ସେଠାରେ ଚାପା ଉତ୍ତେଜନା ଦେଖା ଦେବା ସହ ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ମୋଟର ଅଟକି ରହିଛି। ଖବର ପାଇ ଗଞ୍ଜାମ ଥାନା ଆଇଆଇସି ସନ୍ତୋଷ କୁମାର ବେହେରା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୁଲିସ ଆସିବା ପରେ ସ୍ଥାନୀୟ ଅଂଚଳର ଲୋକମାନେ ପ୍ରବଳ ହୋ ହଲା କରିଥିଲେ। ଶେଷ ଖବର ସୁଦ୍ଧା କିଏ କାହିଁକି ଏଭଳି ଅପହରଣ କରିଛି ତାହା ସ୍ପଷ୍ଟ ହୋଇନାହିଁ। ଘଟଣା ସ୍ଥଳରେ ଉତ୍ତେଜନା ଜାରିରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories