www.samajalive.in
Saturday, December 6, 2025
19.1 C
Bhubaneswar

ଓଡିଶା ଫେରିଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଦାୟିତ୍ବ ଗ୍ରହଣ ପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଶନିବାର ଓଡିଆ ଫେରିଛନ୍ତି । ସେମାନଙ୍କ ସ୍ବାଗତ ପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରାଜ୍ୟ ବିଜେପର ସଭାପତି ତଥା ବଲାଙ୍ଗୀର ସାଂସଦ ବସନ୍ତ ପଣ୍ଡା, ଉପସଭାପତି ସମୀର ମହାନ୍ତି, ଅପରାଜିତ ଷଡ଼ଙ୍ଗୀ, ମୟୁରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ, ପ୍ରଭାରୀ ଅରୁଣ ସିଂହ ପ୍ରମୁଖ ନେତା ଉପସ୍ଥିତ ଥିଲେ । ବିପୁଳ ସ୍ୱାଗତ ସମ୍ବର୍ଦ୍ଧନାରେ ତାଙ୍କୁ ବିଜେପି କାର୍ଯ୍ୟାଳୟକୁ ପାଛୋଟି ଆଣିଥିଲେ । ପରେ ସେମାନେ ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ । ପରେ ଅପରାହ୍ନରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

ମୋଦୀଙ୍କ ଦ୍ୱିତୀୟ ପାଳିରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁଣି ତୈଳ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରଣାଳୟ ମିଳିଛି । ବାଲେଶ୍ୱରରୁ ନିର୍ବାଚିତ ହୋଇଥିବା ପ୍ରତାପ ଷଡ଼ଙ୍ଗୀଙ୍କୁ ଏମ୍‌ଏସ୍‌ଏମ୍‌ଇ ଓ ମତ୍ସ୍ୟ, ଗୋ-ପାଳନ ଓ ପଶୁ ସମ୍ପଦ ବିଭାଗର ଦାୟିତ୍ୱ ମିଳିଛି ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories