www.samajalive.in
Saturday, December 13, 2025
23.1 C
Bhubaneswar

ଆଜିଠୁ ଦୁଇଦିନିଆ ମକ୍‌ଡ୍ରିଲ

ଭୁବନେଶ୍ବର : ପୁଣି କରୋନା ଡରାଇଲାଣି। କିଛି ଦିନ ବ୍ୟବଧାନ ପରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଉଛି। ତିନିଦିନ ହେବ ଏହି ସଂଖ୍ୟା ତଳଉପର ହେଉଛି। ପରୀକ୍ଷଣ କମ୍‌ ହେଉଥିବାବେଳେ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଉଛି। କରୋନାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମୀକ୍ଷା କରାଯାଇଥିବାବେଳେ ଆଜିଠୁ ଦୁଇଦିନିଆ ମକ୍‌ଡ୍ରିଲ କରାଯିବ।
ରାଜ୍ୟରେ କରୋନା ଶତକମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୯୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୯ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। କୌଣସି ବ୍ୟକ୍ତି ହସ୍ପିଟାଲରେ ଭର୍ତ୍ତି ହୋଇନାହାନ୍ତି କି ଗୁରୁତର ହୋଇନାହାନ୍ତି। ଅନ୍ୟପକ୍ଷ‌େର କରୋନା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କେନ୍ଦ୍ର ସରକାରଙ୍କ ନିର୍ଦେଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜିଠୁ ଦୁଇଦିନିଆ ମକ୍‌ଡ୍ରିଲ କରାଯିବ। ଯେଉଁଥିରେ କରୋନା ମୁକାବିଲା ନିମନ୍ତେ ଚିକିତ୍ସା ପଦ୍ଧତି ସହିତ ଭିତ୍ତିଭୂମି ଉପରେ ତଦାରଖ କରାଯିବ ବୋଲି ଜଣାପଡ଼ିଛି। ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ରହିଛି ୫୫୬।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories