www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରକ-କାର୍ ଧକ୍କା: ଦୁଇ ପୁଲିସ କର୍ମଚାରୀ ମୃତ, ଟ୍ରକ୍ ଡ୍ରାଇଭର ଗିରଫ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ସୋନିପତର କୁଣ୍ଡାଲି ସୀମା ନିକଟରେ ଏକ ଟ୍ରକ ସହ କାର୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଦୁଇ ପୁଲିସ କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ଦିନେଶ ବେନିୱାଲ ଓ ରଣବୀର ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ଗାଡି ମଧ୍ୟ ଚୁରମାର ହୋଇଯାଇଥିବା ସୂଚନା ମିଳିଛି।

ସୂଚନା ମୂତାବକ ମଙ୍ଗଳବାର ବିଳମ୍ବିତ ରାତିରେ ପୁଲିସ କର୍ମଚାରୀଙ୍କ ସମେତ ୪ଜଣ ବ୍ୟକ୍ତି ଏକ କାରରେ ଯାଉଥିଲେ । ସୋନିପଥର କୁଣ୍ଡଳୀ ବର୍ଡର ନିକଟରେ ହଠାତ୍ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ କାରଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ , ଘଟଣାସ୍ଥଳରେ ଦୁଇ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏବଂ ଅନ୍ୟ ଆହତ ମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରିବା ସହ ଟ୍ରକ ଡ୍ରାଇଭରକୁ ଗିରଫ କରିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories