www.samajalive.in
Monday, December 15, 2025
16.1 C
Bhubaneswar

ଟ୍ୟାଙ୍କର-ବାଇକ ମୁହାଁମୁହିଁ ଧକ୍କା, ୨ ମୃତ

ସମାଜ ଡିଜିଟାଲ ଡେସ୍କ: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଅନ୍ତର୍ଗତ ପାଲୁପାଇ ନିକଟ ମୁଖ୍ୟ ରାସ୍ତାରେ ସୋମବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏକ ତୈଳ ଟ୍ୟାଙ୍କର ସହିତ ଅନ୍ୟ ଏକ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିଲା। ବାଇକରେ ଯାଉଥିବା ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଚେତାଶୂନ୍ୟ ଅବସ୍ଥାରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଚଳାଇଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories