www.samajalive.in
Monday, December 15, 2025
27.1 C
Bhubaneswar

ଦୁର୍ଘଟଣାରେ ନାବାଳକଙ୍କ ସମେତ ୨ ମୃତ

ଭବାନୀପାଟଣା: ଲାଞ୍ଜିଗଡ଼ ଥାନା ବିଲେଟପଦର ଛକଠାରେ ହାଇଓ୍ବା ଗାଡି ଧକ୍କାରେ ଜଣେ ନାବାଳକ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ରାୟଗଡ଼ା ଜିଲା ଅମ୍ବାଦୋଲା ଗାଁର ବୁଟି ମାଝୀ (୧୨) ବୋଲି ଜଣାପଡ଼ିଛି। ଦୁର୍ଘଟଣା ଘଟାଇଥିବା ଗାଡିକୁ ସ୍ଥାନୀୟ ଲୋକେ ଅଟକ ରଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରି ତଦନ୍ତ କରୁଛି। କ୍ଷତିପୂରଣ ଦାବିରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି।

ସେହିଭଳି ନର୍ଲା ମାଉଣ୍ଟେନ କିଡ୍ସ ଇଂଲିଶ ମିଡିୟମ୍ ସ୍କୁଲ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ସହ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ସମରକଟା ଗାଁର ଖଗେଶ୍ବର ଗହିର (୩୫) ବୋଲି ଜଣାପଡିଛି। ବାଇକ ଚାଳକ ଜଣକ ଭବାନୀପାଟଣା ପଟୁ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ତେଲ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହେଇଥିଲା। ଫଳରେ ଟ୍ୟାଙ୍କର ଚକ ତଳେ ପଡି ଯୁବକଙ୍କ ମୃତ୍ୟୁ ଘଟିଥିଲା। ନର୍ଲା ଥାନା ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କରକୁ ଥାନାରେ ଅଟକ ରଖି ପୁଲିସ ତଦନ୍ତ ଜାରି ରଖିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories