BJD Bijuli 480×75 Mob

ବିସ୍ଫୋରଣରେ ୨ ମୃତ, ୩ ଗୁରୁତର

BJD Bijuli 480×75 Mob

ବ୍ରହ୍ମପୁର: ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗ୍ରାମରେ ବିସ୍ଫୋରଣ ଘଟି ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।

କୁକୁଡ଼ାଖଣ୍ଡି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ତେବେ ବିସ୍ଫୋରଣର କାରଣ ଜଣାପଡ଼ିନାହିଁ। ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନରେ ଜଣେ ବ୍ୟକ୍ତିଙ୍କ ଘରେ ଏହି ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ୪ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Comments are closed.