www.samajalive.in
Friday, December 5, 2025
17.1 C
Bhubaneswar

କୁକୁର କାମୁଡ଼ାରେ ଜାତୀୟ ସ୍ତରର ଦିବ୍ୟାଙ୍ଗ ଖେଳାଳିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ବଲାଙ୍ଗୀର ଜିଲା ତୁଷୁରା ଅନ୍ତର୍ଗତ ଚିନଗେଲା ଗାଁ ଅଭାଭବନୀ ଘଟଣା ଘଟିଛି। ପାଗଳ କୁକୁର କାମୁଡ଼ାରେ ଦୁଇ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ଵୟ ହେଲେ ଯୋଗେନ୍ଦ୍ର ଛତ୍ରିଆ ଏବଂ ହୃଷୀକେଶ ରଣା। ଅନ୍ୟ କିଛି ବ୍ୟକ୍ତି କୁକୁର କାମୁଡ଼ାରେ ଆହତ ହୋଇ ଏବେ ଚିକିତ୍ସିତ ହେଉଛନ୍ତି। ଯୋଗେନ୍ଦ୍ର ଜଣେ ଜାତୀୟ ସ୍ତରର ଦିବ୍ୟାଙ୍ଗ ଖେଳାଳି। ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁସାରେ, ଗତ ଜୁଲାଇ ୨୩ ତାରିଖରେ ଚିନଗେଲା ଗାଁରେ ଏକ ପାଗଳ କୁକୁର ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ିଥିଲା। ଏଥିରେ ଗୁରୁତର ଆହତ ହୋଇଥିବା ଯୋଗେନ୍ଦ୍ର ଏବଂ ହୃଷୀକେଶଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ଘଟିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories