www.samajalive.in
Monday, December 8, 2025
14.1 C
Bhubaneswar

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ବନ୍ଧୁଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ରବିବାର ଅପରାହ୍ଣ ପ୍ରାୟ ୩ଟାରେ ବାଣପୁର ଥାନା ସାରୁବାରିପଦର ଗ୍ରାମର ବାପି ମହାପାତ୍ର, ପାଟପୁରର ଚନ୍ଦନ ସେଠୀ ଓ ମିଲନ ତ୍ରିପାଠୀ ୩ ବନ୍ଧୁ କ୍ରିକେଟ ଖେଳ ଦେଖିବା ପାଇଁ ତୁମୁରାପୁଟ ପଞ୍ଚାୟତର ପ୍ରତାପ ଗ୍ରାମକୁ ମୋଟରସାଇକେଲ ଯୋଗେ ଯାଉଥିଲେ। ତେବେ ଦୁର୍ଭାଗ୍ୟବଶତଃ ବେଙ୍ଗରାଜପଲ୍ଲୀ ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ମାଟି ବୋଝେଇ ଟ୍ରାକ୍ଟର ମୋଟରସାଇକେଲକୁ ଧକ୍କା ଦେଇ ଗାଡି ଉପରେ ଚଢି ଯାଇଥିଲା। ଫଳରେ ତିନି ଜଣ ଯାକ ଗୁରୁତର ଭାବେ ଆହତ ହୋଇ ରାସ୍ତାରେ ପଡିଯାଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ସମସ୍ତଙ୍କୁ ଚିକିତ୍ସା ପାଇଁ ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ବାପି ମହାପାତ୍ର ଓ ଚନ୍ଦନ ସେଠୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମିଲନଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଟ୍ରାକ୍ଟର ଚାଳକ ଗାଡି ଛାଡି ଫେରାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ବାଣପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories