www.samajalive.in
Friday, December 5, 2025
20.1 C
Bhubaneswar

୨ ମାଲବାହୀ ଟ୍ରେନ ମୁହାଁମୁହିଁ ଧକ୍କା

ଚଣ୍ଡୀଗଡ଼଼: ମୁହାଁମୁହିଁ ଧକ୍କା ହୋଇଛନ୍ତି ୨ଟି ମାଲବାହୀ ଟ୍ରେନ। ପଞ୍ଜାବର ଫତେଗଡ଼଼ ସାହିବ ସରିହିନ୍ଦ ମାଧୋପୁର ନିକଟରେ ରବିବାର ସକାଳେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨ଟି ଟ୍ରେନରେ ଦୁଇ ଜଣ ଲୋକ ପାଇଲଟ୍‌‌ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଫତେଗଡ଼଼ ସାହିବ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ସେଠାରୁ ରାଜିନ୍ଦର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଟ୍ରେନ ଦୁଇଟି ଟ୍ରାକ୍‌‌ ଉପରେ ଓଲଟି ପଡ଼ିଥିଲା। ଦୁର୍ଘଟଣା ଯୋଗୁ ଉକ୍ତ ଲାଇନ୍‌‌ରେ ଟ୍ରେନ ଚଳାଚଳ ବ୍ୟାହତ ହୋଇଥିବା ଜଣାପଡ଼ିଛି। ରେଲୱେ ପକ୍ଷରୁ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ଟ୍ରେନ ଲାଇନ ମରାମତି କରି ପୁନଃ କାର୍ଯ୍ୟକ୍ଷମ କରାଯିବାକୁ ଉଦ୍ୟମ ଚାଲିଥିବା ସୂଚନା ମିଳିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories