www.samajalive.in
Sunday, December 7, 2025
26.1 C
Bhubaneswar

ମହାରାଷ୍ଟ୍ରର ସୀମାନ୍ତରେ ଗୁଳିବିନିମୟ, ୨ ମାଓବାଦୀ ମୃତ

ମୁମ୍ବଇ: ମହାରାଷ୍ଟ୍ରର ସୀମାନ୍ତ ଗଡ଼ଚିରୋଲିରେ ରବିବାର ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଦୀର୍ଘ ୪୮ ଘଣ୍ଟା ଧରି ଉଭୟ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।

ମିଳିଥିବା ସୂଚନା ଅନୁଯାୟୀ, ଗଡ଼ଚିରୋଲି ଜିଲାର ଗ୍ୟାରାପଟ୍ଟୀ ଗାଁରେ ରବିବାର ସକାଳେ କମ୍ବିଂ ଅପରେସନ ଚାଲିଥିବା ​‌ବେଳେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ବର୍ଷଣ କରିଥିଲେ । ସୁରକ୍ଷାକର୍ମୀମାନେ ଏହାର କଡା ଜବାବ ଦେଇଥିଲେ । ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଦୁଇ ଜଣ ଆତଙ୍କବାଦୀ ଘଟଣାସ୍ଥଳରେ ଟଳି ପଡିଥିଲେ । ବର୍ତ୍ତମାନ ସୁଦ୍ଧାରେ ଘଟଣାସ୍ଥଳରେ ଗୁଳି ବିନିମୟ ଜାରି ରହିଥିବା ବେଳେ ସର୍ଚ୍ଚ ଅପରେସନକୁ ଆହୁରି ଜୋରଦାର କରାଯାଇଛି ।

- Advertisement -

ସୂଚନାଯୋଗ୍ୟ, ନକ୍ସଲ ପ୍ରଭାବିତ ଅଞ୍ଚଳ ଛତିଶଗଡର ସୁକମା ଜିଲାରେ ଶନିବାର ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ ହୋଇଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories