www.samajalive.in
Friday, December 5, 2025
26.1 C
Bhubaneswar

ଭୁବନେଶ୍ୱରରେ ଓଡ଼ିଆ ବୀର ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରର ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଦୁଇ ଓଡ଼ିଆ ବୀର ଯବାନଙ୍କୁ ଭୁବନେଶ୍ୱରରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ସହିଦ ଯବାନ ପ୍ରସନ୍ନ କୁମାର ସାହୁ ଓ ମନୋଜ କୁମାର ବେହେରାଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ପୁଲିସ ବାହୀନି ପକ୍ଷରୁ ସହିଦଙ୍କୁ ତୋପ ସଲାମୀ ଦିଆଯାଇଥିଲା। ସହିଦଙ୍କ ପରିବାର ଲୋକେ ଶ୍ରଦ୍ଧାଞ୍ଜଳି ଦେବା ସମୟରେ ସେଠାରେ ଉପସ୍ଥିତ ଥିବା ସମସ୍ତ ଲୋକଙ୍କ ଆଖି ଲୁହରେ ଭିଜିଯାଇଥିଲା।
ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ଶଶିଭୂଷଣ ବେହେରା, ଅଶୋକ ପଣ୍ଡା, ପ୍ରତାପ ଜେନା ଏବଂ ସାସଂଦ ପ୍ରସନ୍ନ ପାଟ୍ଟଶାଣୀ ସମେତ ଦଳମତ ନିର୍ବିଶେଷରେ ଦୁଇ ବୀର ଓଡ଼ିଆ ପୁଅଙ୍କୁ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାବ୍ୟତୀତ ବିଭିନ୍ନ ସାମାଜିକ ସଂଗଠନ, ଛାତ୍ର ସଂଗଠନ ଓ ସାମ୍ବାଦିକ ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ‘ସହିଦ ଯବାନ ଅମର ରହେ’ ନାରାରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଥିଲା। ଏହି ଦୁଇ ବୀର ଯବାନଙ୍କ ପାର୍ଥିବ ଶରୀରକୁ ନିଜ ଜନ୍ମମାଟି ଅଭିମୁଖେ ପଠାଇ ଦିଆଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories