www.samajalive.in
Sunday, December 7, 2025
15.1 C
Bhubaneswar

ବନ କର୍ମଚାରୀଙ୍କୁ ଶିକାରୀର ଗୁଳିମାଡ: ଦୁଇ ଗିରଫ

ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ପଞ୍ଚଲିଙ୍ଗେଶ୍ବର ବିଟ୍ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସୋମବାର ବିଳମ୍ୱିତ ରାତିରେ ବନ କର୍ମଚାରୀ ଓ ଶିକାରୀ ମୁହାଁମୁହିଁ ହୋଇଛନ୍ତି।  ବନ କର୍ମଚାରୀ ପାଟ୍ରୋଲିଂ କରିବା ବେଳେ ଶିକାରୀମାନେ ତାଙ୍କ ଉପରକୁ  ଗୁଳିମାଡ଼ କରିଥିଲେ । ଏଥିରେ ୩ ଜଣ ବନ କର୍ମଚାରୀ ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କ‌ୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଏହି ଘଟଣାରେ କୁଳଡିହା ବନ ବିଭାଗ ୨ ଜଣ ଶିକାରୀଙ୍କୁ ଗିରଫ କରିଛି । ଗିରଫ ଶିକାରୀ ହେଲେ ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର  ଗୁନ ସିଂ  ଏବଂ ବାଲେଶ୍ୱର ଜିଲ୍ଲା ବରମପୁର ଅଞ୍ଚଳର ସନିଆ ସିଂ ବୋଲି ଜଣାପଡିଛି । ସେମାନଙ୍କ ଠାରୁ ଦୁଇଟି ଦେଶୀ ବନ୍ଧୁକ ମଧ୍ୟ ଜବତ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories