www.samajalive.in
Sunday, December 7, 2025
15.1 C
Bhubaneswar

ଝାରସୁଗୁଡ଼ାରେ ଦୁଇ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ସମାଜ ଡିଜିଟାଲ ଡେସ୍କ: ଝାରସୁଗୁଡ଼ାରେ ଡବଲ ଏନକାଉଣ୍ଟର। ଦୁଇ ଦୁଷ୍କର୍ମ ଅଭିଯୁକ୍ତ ପୁଲିସ ଗୁଳିରେ ଆହତ ହୋଇଛନ୍ତି। ସେମାନଙ୍କୁ କୋର୍ଟରେ ହାଜର କରିବାକୁ ନେବା ସମୟରେ ଏହି ଘଟଣା ଘଟିଥିବା ଉତ୍ତରାଞ୍ଚଳ ଆଇଜି ଏବଂ ଏସପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅଭିଯୁକ୍ତ ଦ୍ଵୟ ହେଳେ ସେଖ ଆସିଫ ଏବଂ ଅଭିଷେକ ବାରିକ। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାରେ ପୁଲିସ ଆସିଫ ଏବଂ ଅଭିଷେକକୁ ଶୁକ୍ରବାର ଗିରଫ କରିଥିଲା। ଏହି ଦୁଇ ଅଭିଯୁକ୍ତ ନାବାଳିକାଙ୍କ ପରିବାରକୁ ବି ବାରମ୍ବାର ହତ୍ୟା ଧମକ ଦେଉଥିଲେ। ଶନିବାର ସକାଳେ ସେମାନଙ୍କୁ କୋର୍ଟରେ ହାଜର କରିବାକୁ ନେବା ସମୟରେ ବେଲପାହାଡ଼-ଝାରସୁଗୁଡ଼ା ରାସ୍ତାରେ ଆମୋଧର ନିକଟରେ ଜଣେ ଅଭିଯୁକ୍ତମାନେ ପୁଲିସଠାରୁ ବନ୍ଧୁକ ଛଡ଼ାଇ ନେଇ ଗୁଳି ଫୁଟାଇ ଖସିବାକୁ ଉଦ୍ୟମ କରିଥିଲେ। ଫଳରେ ବାଧ୍ୟ ହୋଇ ପୁଲିସ ସେମାନଙ୍କ ଉପରକୁ ପାଲଟା ଗୁଳି ଚଳାଇଥିଲା। ଯେଉଁଥିରେ ଦୁଇ ଜଣଙ୍କ ଗୋଡ଼ରେ ଗୁଳି ବାଜିଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories