www.samajalive.in
Friday, December 12, 2025
23.1 C
Bhubaneswar

ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ରେଳ ପ୍ରକଳ୍ପ

ଡେସ୍କ :  ଓଡ଼ିଶାର ଦୁଇଟି ନୂଆ ରେଳ ଲାଇନକୁ ସ୍ବତନ୍ତ୍ର ପ୍ରକଳ୍ପ ମାନ୍ୟତା ମିଳିଛି। ଏନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୬.୫ କିମି ତାଳଚେର-ଅନୁଗୁଳ ନୂଆ ବ୍ରଡଗଜ ଲାଇନ ବା ୱାଇ ସଂଯୋଗ ଏବଂ ବରଗଡ଼-ନୂଆପଡ଼ା ରୋଡ୍ ୧୪୨ କିମିକୁ ମଧ୍ୟ ସ୍ବତନ୍ତ୍ର ପ୍ରକଳ୍ପ ମାନ୍ୟତା ମିଳିଛି । ଏହି ୨ ନୂଆ ପ୍ରକଳ୍ପକୁ ଅନୁମୋଦନ ନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି।

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ଏହି ଦୁଇଟି ନୂଆ ରେଳ ଲାଇନ ତାଳଚେର ଏବଂ ଅନୁଗୋଳ ଓ୍ୱାଇ ସଂଯୋଗ ଏବଂ ବରଗଡ ରୋଡ-ନୂଆପଡ଼ା ରୋଡ୍ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଖଣି ସମୃଦ୍ଧ ଅଞ୍ଚଳ ଅନୁଗୋଳର ବୃହତ ଶିଳ୍ପାଞ୍ଚଳରେ କୋଇଲା ଭଳି ମାଲ ପରିବହନ ଦିଗରେ ଏହି ରେଳ ଲାଇନ ବିଶେଷ ସହାୟକ ହେବ। ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ କଳ୍ପନାରେ ଓଡିଶାକୁ ରେଳ କ୍ଷେତ୍ରରେ ରେକର୍ଡ ସଂଖ୍ୟକ ଅନୁଦାନ ଦିଆଯାଇଛି। ବରଗଡ ରୋଡ୍ – ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନ ପଶ୍ଚିମ ଓଡିଶାର ରେଳ ଯୋଗାଯୋଗ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ଦ୍ୱାରା ସ୍ଥାନୀୟ ଅଞ୍ଚଳର ଲୋକମାନେ ବିଶେଷ ଉପକୃତ ହେବେ ବୋଲି ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories