www.samajalive.in
Saturday, December 13, 2025
23.1 C
Bhubaneswar

ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।

କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ମାନ୍ୟବର ରାଷ୍ଟ୍ରପତି ଆଜି ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି।

Hot this week

କଲକାତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories