www.samajalive.in
Sunday, December 14, 2025
23.1 C
Bhubaneswar

କୁପୱାଡାରେ ଏନକାଉଣ୍ଟର; ୨ ଆତଙ୍କବାଦୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର କୁପୱାଡ଼ା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। କୁପୱାଡ଼ାର ହାଣ୍ଡୱାରା ଅଞ୍ଚଳ​‌ରେ ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ଏହାପରେ ଯବାନମାନଙ୍କ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ଅପରେଶନ ଆରମ୍ଭ ହୋଇଥିଲା। ଅପରେଶନ ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନମାନେ ଏହାର କଡ଼ା ଜବାବ ଦେଇଥିଲେ। ଗୁଳିବିନିମୟ ବେଳେ ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ଆତଙ୍କବାଦୀ ଦ୍ବୟ ଜୈଶ ସଂଗଠନର ହୋଇଥିବା ସନ୍ଦେହ କରାଯାଉଛି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories