www.samajalive.in
Monday, December 8, 2025
27.1 C
Bhubaneswar

ବଡଗାମରେ ଏନକାଉଣ୍ଟର : ୨ ଆତଙ୍କବାଦୀ ନିପାତ

ଶ୍ରୀନଗର :  କେନ୍ଦ୍ରୀୟ କାଶ୍ମୀରର ବଡଗାମ ଜିଲ୍ଲାର ଆରିବାଗ ମଚହାମା ଅଞ୍ଚଳରେ ମଙ୍ଗଳବାର ରାତିରେ ହୋଇଥିବା ଏକ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ ଆତଙ୍କବାଦୀମାନେ ମଧ୍ୟ ଗୁଳିଚାଳନା କରିଥିଲେ। ଏହି ଗୁଳି ବିନିମୟ ମଧ୍ୟରେ ଆତଙ୍କବାଦୀମାନେ ଲୁଚି ରହିଥିବା ଘରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ସୂତ୍ରରୁ ପ୍ରକାଶ ଯେ ନିହତ ଆତଙ୍କବାଦୀ ଜୈଶ-ଏ-ମହମ୍ମଦର କମାଣ୍ଡର ଥିଲେ।

ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଜାଣିବାପରେ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ କରିଥିଲେ। ଏହି ସମୟରେ କର୍ଡନ କଡାକଡି ହେବା ପରେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। କିଛି ସମୟ ପାଇଁ ଉଭୟ ପାର୍ଶ୍ୱରୁ ଗୁଳି ଚଳାଇବା ପରେ ଅନ୍ୟ ପାର୍ଶ୍ୱରୁ ଗୁଳି ଚଳାଇବା ବନ୍ଦ ହୋଇଗଲା।
ପରେ ପୁଣି ଗୁଳି ବିନିମୟ ଆରମ୍ଭ ହେଲା | ଏହା ସହିତ ବିସ୍ଫୋରଣର ଶବ୍ଦ ମଧ୍ୟ ଶୁଣିବାକୁ ମିଳିଲା | ଗାଁର ସମସ୍ତ ପ୍ରବେଶ ଏବଂ ପ୍ରସ୍ଥାନ ଫାଟକକୁ ସିଲ୍ କରାଯାଇତିଲା  ଯାହା ଦ୍ବାରା ଆତଙ୍କବାଦୀମାନେ ଅନ୍ଧକାରର ସୁଯୋଗ ନେଇ ଫେରାର ହୋଇ ପାରିବେ ନାହିଁ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories