www.samajalive.in
Wednesday, December 10, 2025
26.1 C
Bhubaneswar

ମୁହାଁମୁହିଁ ଧକ୍କା ପରେ ଜଳିଗଲା ଦୁଇ ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ସମାଜ ଡିଜିଟାଲ ଡେସ୍କ: କଳାହାଣ୍ଡି ଜିଲା ପାସ୍ତିଗୁଡ଼ା ନିକଟରେ ଶନିବାର ସକାଳେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା ପରେ ଜଳିଯାଇଛି। ଗୋଟିଏ ଟ୍ରକର ଡ୍ରାଇଭର ନିଆଁରେ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।

ସୂଚନା ଅନୁସାରେ, ଏକ କୋଇଲା ଟ୍ରକ ସହିତ ଅନ୍ୟ ଏକ ଚାଉଳ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ତୁରନ୍ତ ଟ୍ରକ ଦୁଇଟିରେ ନିଆଁ ଲାଗି ଯାଇଥିଲା। କୋଇଲା ବୋଝେଇ ଟ୍ରକଟି ଜଳିଯିବା ସହିତ ସେଥିରେ ଥିବା ଡ୍ରାଇଭର ବି ନିଆଁରେ ପୋଡ଼ିହୋଇ ପ୍ରାଣ ହରାଇଛନ୍ତି। ଅନ୍ୟ ଟ୍ରକ ଡ୍ରାଇଭରଙ୍କ ସମ୍ପର୍କରେ ସୂଚନା ମିଳିନାହିଁ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ କେନ୍ଦ୍ରକୁ ଫୋନ କରିଥିଲେ। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories