www.samajalive.in
Saturday, December 6, 2025
16.1 C
Bhubaneswar

ପରଲୋକରେ ‘ଉଡାନ’ ଫେମ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ: ପରଲୋକରେ ଟେଲି ପରଦାର ଲୋକପ୍ରିୟ ଧାରାବାହିକ ’ଉଡାନ’ ଫେମ୍‌ ଅଭିନେତ୍ରୀ କବିତା ଚୌଧୁରୀ। ୬୭ ବର୍ଷ ବୟସରେ ହୃଦଘାତରେ ତାଙ୍କର ଦେହାନ୍ତ ଘଟିଛି। ଅଭିନେତ୍ରୀଙ୍କ ଭଣଜା ଅଜୟ ସୟାଲ ଏନେଇ ସୂଚନା ଦେଇଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି । କବିତା ଦୀର୍ଘ ଦିନ ହେଲା କର୍କଟ ରୋଗରେ ପୀଡିତ ଥିଲେ।  କିଛି ଦିନ ତଳେ ସେ ହୃଦଘାତର ଶିକାର ହୋଇ ସେ ଅମୃତସରର ପାର୍ବତୀ ଦେବୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ହେଲେ ଗୁରୁବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ୧୯୮୯ରେ ’ଉଡାନ’ ଶୋ’ରେ ଆଇପିଏସ ଅଧିକାରୀ କଲ୍ୟାଣୀ ସିଂ ଭୂମିକାରେ ଅଭିନୟ କରିଥିଲେ । ସେ ଏହି ଶୋ’ର ନିର୍ଦ୍ଦେଶନା ଦେଇଥିଲେ । ଶୋ’ଟି ତାଙ୍କ ଭଉଣୀ କାଞ୍ଚନ ଚୌଧୁରୀ ଭଟ୍ଟାଚାର୍ଯ୍ୟଙ୍କ ଜୀବନୀ ଉପରେ ଆଧାରିତ ଥିଲା । ଯିଏ କିରଣ ବେଦୀଙ୍କ ପରେ ଦ୍ୱିତୀୟ ମହିଳା ଆଇପିଏସ ଅଧିକାରୀ ହୋଇଥିଲେ । କବିତା ତାଙ୍କ ଶୋ’ ’ଉଡାନ’ ମାଧ୍ୟମରେ ମହିଳା ସଶକ୍ତିକରଣର ଏକ ଉଦାହରଣ ପାଲଟିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories