www.samajalive.in
Wednesday, December 10, 2025
18.1 C
Bhubaneswar

ୟୁଜି ଓ ପିଜି ନାମଲେଖା ପାଇଁ ସଂଶୋଧିତ ବିଜ୍ଞପ୍ତି ଜାରି, ଅକ୍ଟୋବର ୧୩ ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟା

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ପରେ ଖାଲିପଡ଼ିଥିବା ୟୁଜି ଓ ପିଜି ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ପଦକ୍ଷେପ ନେଇ ନିଆଯାଇଛି। ୟୁଜି ଓ ପିଜି ଦ୍ବିତୀୟ ପର୍ଯ୍ୟାୟ ପିଜି ନାମଲେଖା ପାଇଁ ଆଜି ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିଲେ ବି ଛାତ୍ରଛାତ୍ରୀମାନେ ଦ୍ବିତୀୟ ପର୍ଯ୍ୟାୟର ନାମଲେଖା ପ୍ରକ୍ରିୟାରେ ଅଂଶଗ୍ରହଣ କରିପାରିବେ। ଛାତ୍ରଛାତ୍ରୀଙ୍କଠାରୁ ଅଭିଯୋଗ ପାଇଲା ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୟୁଜି ଓ ପିଜିରେ ନାମଲେଖା ପାଇଁ ସାନି ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ଏହି ବିଜ୍ଞପ୍ତିଯେ ଦର୍ଶାଯାଇଛି ଯେ ୟୁଜିରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ୧୬ ପର୍ଯ୍ୟନ୍ତ ଅନଲାଇନରେ ଆବେନ କରିପାରିବେ। ସେପ୍ଟେମ୍ବର ୨୭ରୁ ୩୦ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟରେ ମନୋନୀତ ଛାତ୍ରଛାତ୍ରୀ ନାମଲେଖାଇପାରିବେ। ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଅକ୍ଟୋବର ୧୧ ପର୍ଯ୍ୟନ୍ତ ଚାଲିବ।
ଅପର ପକ୍ଷରେ ଦ୍ବିତୀୟ ପର୍ଯ୍ୟାୟରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ସେପ୍ଟେମ୍ବର ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ୨୮ ତାରିଖରେ ଦ୍ବିତୀୟ ପର୍ଯ୍ୟାୟର ପ୍ରଥମ ମେଧାତାଲିକା ପ୍ରକାଶ ପାଇବ। ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଅକ୍ଟୋବର ୧୩ ପର୍ଯ୍ୟନ୍ତ ଚାଲିବ। ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ୟୁଜି ପାଠ୍ୟକ୍ରମର ସଂଶୋଧିତ ବିଜ୍ଞପ୍ତି https://samsodisha.gov.in/DocPath.ashx?clsid=1&id=Document_11-Sep-2023_03_48_52_164.pdfରେ ଉପଲବ୍ଧ। ସେହିପରି ପିଜି ପାଠ୍ୟକ୍ରମରେ ନାମଲେଖାଇବାକୁ https://pg.samsodisha.gov.in/DocumentDownload.ashx?clsid=1&id=PG_Document_11-Sep-2023_12_58.pdf ଲିଙ୍କରେ କ୍ଲିକ କରିପାରିବେ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories