www.samajalive.in
Monday, December 8, 2025
14.1 C
Bhubaneswar

ସୁପ୍ରିମକୋର୍ଟ ନିର୍ଦ୍ଦେଶ ଉଲ୍ଲଙ୍ଘନ, ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ତାଗିଦ କଲା ୟୁଜିସି

ଡେସ୍କ: ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ସୁପ୍ରିମକୋର୍ଟ ୩ ମାସ ପାଇଁ ରହିତାଦେଶ ପ୍ରସଙ୍ଗରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ-ୟୁଜିସି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ଲୋକସେବା ଆୟୋଗ-ଓପିଏସସିକୁ ପତ୍ର ଲେଖିଛନ୍ତି। ଗତ ୨୦ ତାରିଖରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଥିଲେ ମଧ୍ୟ ରାଜ୍ୟ ଶିକ୍ଷା ବିଭାଗ ଓ ୟୁପିଏସସି ଏହାର ଉଲ୍ଲଙ୍ଘନ କରୁଥିବା ୟୁଜିସି ଦର୍ଶାଇଛି।

ୟୁଜିସି ପକ୍ଷରୁ ଉଚ୍ଚ ଶିକ୍ଷା ସଚିବ ଏବଂ ଓପିଏସସିକୁ ପୃଥକ ଭାବେ ଏ ନେଇ ଅବଗତ କରାଇଛନ୍ତି। ଏହି ପତ୍ରରେ ମେ’ ୨୩ରେ ଓଡ଼ିଶା ଲୋକସେବା ଆୟୋଗ ସମାଜ ବିଜ୍ଞାନର ଆସିଷ୍ଟାଂଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମେ’ ୨୪ରେ ବାଣିଜ୍ୟ ବିଭାଗର ଆସିଷ୍ଟାଂଟ୍‍ ପ୍ରଫେସର ପଦବୀ ପାଇଁ ଯୋଗ୍ୟତା ପ୍ରମାଣପତ୍ର ଯାଞ୍ଚ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ନେଇ ସ୍ୱତନ୍ତ୍ର ଅନୁମତି ଆବେଦନ-ଏସଏଲପି ବିଚାରଧୀନ ରହିଥିବାରୁ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡର ଅଣଶିକ୍ଷକଙ୍କ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଙ୍ଘନ କରୁଛି।

- Advertisement -

ରାଜ୍ୟ ସରକାର ଏବଂ ଓଡ଼ିଶା ଲୋକସେବା ଆୟୋଗ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ଏହି ନିଯୁକ୍ତି ପ୍ରକ୍ରିୟାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖିବାକୁ କୁହାଯାଇଛି। ଏହାର ଅବମାନନା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ୟୁଜିସି ତାଗିଦ୍‍ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories