www.samajalive.in
Monday, December 15, 2025
17.1 C
Bhubaneswar

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କଲେ ମୋଦୀ, ଜି୭ ବୈଠକରେ ଯୋଗ ଦେବେ

ବ୍ରିଟେନ ବୈଦେଶିକ ମନ୍ତ୍ରୀ ଡୋମିନିକ୍ ରାବ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ, ବ୍ରିଟିଶ ପ୍ରତିପକ୍ଷ ବୋରିସ୍ ଜନସନଙ୍କ ସହ ତାଙ୍କର ଟେଲିଫୋନ୍ ବାର୍ତ୍ତାଳାପକୁ ମନେ ପକାଇ କୋଭିଡ ପରବର୍ତ୍ତୀ ବିଶ୍ୱରେ ଭାରତ-ବ୍ରିଟେନ ସହଭାଗୀତା ଉପରେ ଗୁରୁତ୍ୱାରୋପ କରିଥିଲେ। ଉଭୟ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ, ପ୍ରତିରକ୍ଷା ଏବଂ ନିରାପତ୍ତା, ଶିକ୍ଷା, ଶକ୍ତି, ଜଳବାୟୁ ପରିବର୍ତ୍ତନ ଏବଂ ସ୍ୱାସ୍ଥ୍ୟକୁ ନେଇ ପୂର୍ଣ୍ଣ ସହଯୋଗ ଉପରେ ସେ ଗୁରୁତ୍ୱ ପ୍ରଦାନ କରିଛନ୍ତି।

- Advertisement -

ଏହି ଅବସରରେ ରାବ ଶ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଶୁଭେଚ୍ଛା ଜଣାଇବା ସହ ବ୍ରିଟେନ ଦ୍ୱାରା ଆୟୋଜିତ ଜଳବାୟୁ ସମ୍ପର୍କିତ ସମ୍ମିଳନୀରେ ଅଂଶଗ୍ରହଣ କରିଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବ୍ରିଟେନ ସରକାର ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଦିଗରେ ଆଗ୍ରହୀ ଓ ବିଶ୍ୱରେ ଦେଖା ଦେଉଥିବା ଆହ୍ୱାନଗୁଡିକର ମୁକାବିଲା ଦିଗରେ ଉଭୟ ଦେଶ ମିଳିତ ଭାବେ କାର୍ଯ୍ୟ କରିବେ।

ଆଲୋଚନା କାଳରେ ବ୍ରିଟେନ ବୈଦେଶିକ ମନ୍ତ୍ରୀ ଡୋମିନିକ୍ ରାବ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଦ୍ୱାରା ୨୦୨୧ ମସିହାରେ ବ୍ରିଟେନ ଅଧ୍ୟକ୍ଷତାରେ ହେବାକୁ ଥିବା ଜି୭ ବୈଠକରେ ଯୋଗ ଦେବାକୁ ଆମନ୍ତ୍ରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିମନ୍ତ୍ରଣ ଗ୍ରହଣ କରିଛନ୍ତି। ଭାରତର ୭୨ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ପରେଡରେ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଯୋଗଦେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories