www.samajalive.in
Monday, December 15, 2025
16.1 C
Bhubaneswar

ରେଳ ଧାରଣାରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

ଚୌଦ୍ୱାର  : ପୂର୍ବତଟ ରେଳପଥର ମଙ୍ଗୁଳି ଷ୍ଟେସନ୍ ପାଖ ରେଲ ଓଭରବ୍ରିଜରେ ରେଳ ଧାରଣା ଉପରେ ଗୁରୁବାର ଜଣେ ଅଚିହ୍ନା ଯୁବକର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଖବରପାଇ ରେଳବାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସାବିତ୍ରୀ ଜନସେବା କେନ୍ଦ୍ରର ଆମ୍ବୁଲାନ୍ସରେ କଟକ ପଠାଇଛି । ଟ୍ରେନରୁ ଖସିପଡ଼ି ଯୁବକ ଜଣକର ମୃତ୍ୟୁ ଘଟିଥିବା ଆଶଂକା କରାଯାଉଛି । ତେବେ ଏହା ଦୁର୍ଘଟଣା, ଆତ୍ମହତ୍ୟା କିମ୍ବା ହତ୍ୟା ତାହା ଶବ ବ୍ୟବଚ୍ଛେଦ ପରେ ଜଣା ପଡ଼ିବ ବୋଲି ପୁଲିସ ସୂଚନା ଦେଇଛି ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories