www.samajalive.in
Sunday, December 14, 2025
17.1 C
Bhubaneswar

ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଅନେକ ମୃତ ଆଶଙ୍କା

ଡେସ୍କ: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଛନ୍ତି। ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର ପହଲଗାମର ବୈଶରଣ ଜଙ୍ଗଲ ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ କିଛି ପର୍ଯ୍ୟଟକଙ୍କ ମୃତ୍ୟୁ ହେବା ସହ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଯଦିଓ ଆହତ ଓ ମୃତ ପର୍ଯ୍ୟଟକଙ୍କ ପ୍ରକୃତ ସଂଖ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ତେବେ ମୃତ୍ୟୁ ସଂଖ୍ୟା ୨୦ ଅତିକ୍ରମ କରିଥିବା ଘରୋଇ ସମ୍ବାଦ ସରବରାହ ସଂସ୍ଥାଗୁଡ଼ିକ ପକ୍ଷରୁ କୁହାଯାଉଛି। ଏହି ଘଟଣାରେ ଦୁଃଖ ପ୍ରକାଶ କରି ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ମୃତକଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ ଏବଂ ପରିସ୍ଥିତି ସ୍ପଷ୍ଟ ହେବା ପରେ ଏହାକୁ ଆନୁଷ୍ଠାନିକ ଭାବେ ଜଣାଇ ଦିଆଯିବ। ଆହତମାନଙ୍କୁ ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସୀ ଅଭିଯାନ ଆରମ୍ଭ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିବା ସହ କହିଛନ୍ତି ଯେ ଏହି ଜଘନ୍ୟ କାଣ୍ଡ ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ କଠୋର ଦଣ୍ଡ ଦିଆଯିବ ଏବଂ ସେମାନଙ୍କୁ ଛଡ଼ାଯିବ ନାହିଁ। ସୋସିଆଲ ମିଡିଆରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କର ମନ୍ଦ ଉଦ୍ଦେଶ୍ୟ କେବେ ବି ସଫଳ ହେବ ନାହିଁ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସେ ସମବେଦନା ଜଣାଇବା ସହ ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। କ୍ଷତିଗ୍ରସ୍ତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

- Advertisement -

ଏହା ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇବା ସହ ସମସ୍ତ ଏଜେନ୍ସି ସହ ଜରୁରୀ ସୁରକ୍ଷା ସମୀକ୍ଷା ବୈଠକ କରିବା ପାଇଁ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଘଟଣାକୁ ନେଇ ଶ୍ରୀ ଶାହା ଭିଡିଓ କନଫରେନ୍ସିଂ ଜରିଆରେ ସମ୍ପୃକ୍ତ ଅଧିକାରୀଙ୍କ ସହ ବୈଠକ କରିଥିଲେ। ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କ୍ଷୋଭ ପ୍ରକାଶ କରି ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି ଯେ ଏହି ଘୃଣ୍ୟ ଆତଙ୍କୀ କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଏହି ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories