www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଓଡ଼ିଶା ଆସିବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନ

ଭୁବନେଶ୍ବର: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ସୋମବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି, ପୋଷଣ ସୁରକ୍ଷା ସୁନିଶ୍ଚିତ କରିବା ସହ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ଧିଷ୍ଟ ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକରେ ଯୋଗଦେବେ। କାର୍ଯ୍ୟସୂଚୀ ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ ସୋମବାର ପୂର୍ବାହ୍ଣ ୧୧ଟା ସୁଦ୍ଧା ଭୁବନେଶ୍ୱରରେ ପହଞ୍ଚିବେ।

ଏହାପରେ ସେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ‘ମାଣ୍ଡିଆ ଦିବସ (ମିଲେଟ୍‌ ଡେ)’ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଅଧିବେଶନରେ ଯୋଗଦେବେ। ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନ କଟକ ଜିଲାର ସଦର ଅଞ୍ଚଳ ଗସ୍ତ କରି କୃଷି କ୍ଷେତ୍ର ପରିଦର୍ଶନ କରିବେ ଏବଂ ଚାଷୀଙ୍କ ସହିତ ସିଧାସଳଖ ଆଲୋଚନା କରିବେ। ଅପରାହ୍ଣରେ ସେ କଟକର ବିଦ୍ୟାଧରପୁରସ୍ଥିତ ଆଇସିଏଆର-କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ)ରେ ଏକ ବୈଠକରେ ଯୋଗଦେବେ। ସନ୍ଧ୍ୟାରେ ଶ୍ରୀ ଚୌହାନ ଭୁବନେଶ୍ୱରରୁ ବିଜୟୱାଡା ଅଭିମୁଖେ ଯାତ୍ରା କରିବେ ଏବଂ ପରଦିନ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories